www.samajalive.in
Tuesday, December 9, 2025
16.1 C
Bhubaneswar

ଟଙ୍କା ବଦଳରେ ପ୍ରଶ୍ନ ମାମଲା; ମହୁଆ ମୈତ୍ର ଲୋକସଭାରୁ ବହିଷ୍କୃତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ଲୋକସଭାରୁ ବହିଷ୍କୃତ ହୋଇଛନ୍ତି। ଟଙ୍କା ବଦଳରେ ପ୍ରଶ୍ନ ପଚାରିବା ମାମଲାରେ ଏଥିକ୍ସ କମିଟିର ରିପୋର୍ଟ ଆଧାରରେ ତାଙ୍କୁ ବହିଷ୍କୃତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମହୁଆ ମୈତ୍ରଙ୍କ ବହିଷ୍କାର ପ୍ରସ୍ତାବ ଉପସ୍ଥାପନ କରିଥିଲେ, ଯାହା ଗୃହରେ ବାଚନିକ ଭୋଟ୍‌ରେ ଗୃହୀତ ହୋଇଥିଲା।

ମହୁଆଙ୍କ ବିରୋଧରେ ଟଙ୍କା ବଦଳରେ ପ୍ରଶ୍ନ ପଚାରିବା ମାମଲାର ତଦନ୍ତ କରି ସଂସଦର ଏଥିକ୍ସ କମିଟି ପକ୍ଷରୁ ଶୁକ୍ରବାର ଲୋକସଭାରେ ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ଏହା ଉପରେ ଗୃହରେ ବିତର୍କ ହେବା ପରେ ମହୁଆଙ୍କୁ ବହିଷ୍କାର ପାଇଁ ଏଥିକ୍ସ କମିଟି କରିଥିବା ସୁପାରିଶ ଗୃହୀତ ହୋଇଥିଲା। ପ୍ରାୟ ୫ଶହ ପୃଷ୍ଠାର ରିପୋର୍ଟରେ ମହୁଆଙ୍କ ସାଂସଦ ପଦ ରଦ୍ଦ କରିବାକୁ ସୁପାରିଶ କରାଯାଇଥିଲା।

- Advertisement -

ସୂଚନାଯୋଗ୍ୟ, ସଂସଦରେ ମୋଦୀ ସରକାରକୁ ସମାଲୋଚନା ପୂର୍ବକ ପ୍ରଶ୍ନ ପଚାରିବା ବଦଳରେ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କଠାରୁ ନଗଦ ୨କୋଟି ଟଙ୍କା ଓ ଦାମୀ ଉପହାର ନେଇଥିବା ମହୁଆଙ୍କ ବିରୋଧରେ ଅଭିଯୋଗ ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories