www.samajalive.in
Saturday, December 6, 2025
17.1 C
Bhubaneswar

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ନିଜ ନିଜ କ୍ଷେତ୍ରରେ ଗୋଟିଏ ଗୋଟିଏ ପାଦ ଆଗକୁ ବଢାଇବା ଓ ବିକଶିତ ଭାରତର ସଂକଳ୍ପକୁ ସାକାର ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକ ତବଲା ପଞ୍ଚାୟତର ମାଲଗୁଣ୍ଡ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେବା ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଅମୃତ କାଳର ଚାରିଟି ଅମୃତ ସ୍ତମ୍ଭ ଅର୍ଥାତ୍ ଭାରତର ନାରୀ ଶକ୍ତି, ଯୁବ ଶକ୍ତି, କୃଷି ଶକ୍ତି ଏବଂ ଆମର ଗରିବ ଓ ମଧ୍ୟବିତ୍ତଙ୍କ ଶକ୍ତି ଭାରତକୁ ଶିଖରକୁ ନେବା ସହ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ।

ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନ୍ତର୍ଗତ ମୋଦି ଗ୍ୟାରେଣ୍ଟି ଗାଡି ଭାରତବର୍ଷର ଅନେକ ପଞ୍ଚାୟତରେ ପହଞ୍ଚିଲାଣି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୨୦୨୯ ପର୍ଯ୍ୟନ୍ତ ମାଗଣା ଚାଉଳ, ସୌଭାଗ୍ୟ ଯୋଜନାରେ ପ୍ରତି ଘରକୁ ବିଜୁଳି, ଜନଧନ ଜରିଆରେ ବ୍ୟାଙ୍କଖାତାକୁ ଟଙ୍କା ଦେବାର ଗ୍ୟାରେଣ୍ଟି ମୋଦୀ ଦେଇଛନ୍ତି। ସମସ୍ତ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକୁ ଉପଲବ୍ଧ କରାଇବା ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ରହିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories