www.samajalive.in
Monday, December 8, 2025
20.1 C
Bhubaneswar

ବସ୍‌‌ରେ ପିଟିହେଲା ବାଇକ୍‌‌ – ଜଣେ ମୃତ, ଜଣେ ଗୁରୁତର

ହରଭଙ୍ଗା: ହରଭଙ୍ଗା ଥାନା ଅର୍ନ୍ତଗତ ଚାରିଛକ- ଛତ୍ରଙ୍ଗ ପୂର୍ତବିଭାଗ ରାସ୍ତାର କଙ୍କଡାପଥର ପୋଲୋ ନିକଟରେ ଶନିବାର ସଂନ୍ଧ୍ୟାରେ ଏକ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଶନିବାର ସଂନ୍ଧ୍ୟାରେ ଶଙ୍କୁଲେଇ ଗ୍ରାମର ବିକ୍ରମ ନାଏକ ଓ ସୂର୍ଯ୍ୟକାନ୍ତ ପ୍ରଧାନ ଏକ ବାଇକରେ ଚାରିଛକପଟୁ ନିଜ ଘରକୁ ଫେରୁଥିଲେ। ସେହି ସମୟରେ ଛତ୍ରଙ୍ଗ ପଟୁ ଚାରିଛ ଆଡକୁ ଯାଉଥିବା ଓମକାର ନାମକ ଏକ ବସ ସହ ବାଇକଟି କଙ୍କଡାପଥର ପୋଲ ଉପରେ ମୁହାଁ ମୁହିଁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ବାଇକ ଆରୋହୀ ବିକ୍ରମ ନାଏକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂର୍ଯ୍ୟକାନ୍ତଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ପଠାଯାଇଛି। ହରଭଙ୍ଗା ପୁଲିସ ଘଟଣାସ୍ଥଳରେ ପଂହଚି ଘଟଣାର ଅନୁସନ୍ଧାନ କରୁଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories