www.samajalive.in
Sunday, December 7, 2025
26.1 C
Bhubaneswar

ବଢ଼ିଲା ଶୀତ, କୋରାପୁଟରେ ପାରଦ ୧୧.୨ ଡିଗ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ହ୍ରାସ ପାଇଛି। ଗତକାଲି ରାତିରେ କୋରାପୁଟରେ ସବୁଠୁ କମ୍‌ ୧୧.୨ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ଼ କରାଯାଇଥିଲା। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ ଆଗାମୀ ୭ ଦିନ ଯାଏ ପାଗ ଶୁଖିଲା ରହିବ। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ଖସିବ। ଫଳରେ ଆଗାମୀ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହୋଇପାରେ। ଗତକାଲି ରାତିରେ ଅନୁଗୋଳରେ ୧୪ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୧୪.୫, ଫୁଲବାଣୀରେ ୧୪.୮ ଏବଂ କେନ୍ଦୁଝରଗଡ଼ରେ ୧୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିଲା। ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରାୟଗଡ଼ାରେ ୬ ମିଲିମିଟର ଏବଂ କନ୍ଧମାଳ ଜିଲା କେ.ନୂଆଗାଁଠାରେ ୨.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବଲାଙ୍ଗୀର ଓ ଢେଙ୍କାନାଳରେ ଘନ କୁହୁଡ଼ି ଦେଖାଯାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories