www.samajalive.in
Monday, December 8, 2025
20.1 C
Bhubaneswar

ନିଖୋଜ ଥିଲେ ୨ ଶିଶୁ ; ସକାଳୁ କୂଅରୁ ମିଳିଲା ମୃତଦେହ

ଢେଙ୍କାନାଳ : କୂଅରେ ପଡି ଚାଲିଗଲା ୨ ଶିଶୁଙ୍କ ଜୀବନ। ଏଭଳି ଦୁଃଖଦ ଘଟଣା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ମଧୁସାହୁ ପାଟଣା ବିମ୍ବୋଳି ଗାଁରେ ଘଟିଥିବା ରବିବାର ଜଣାପଡିଛି। ମୃତ ୨ ଶିଶୁ ନଟକଟା ଗାଁର ହୋଇଥିବା ବେଳେ ସେମାନଙ୍କ ବୟସ ୫ ଓ ୪ ବର୍ଷ ହେବ।
ସୂଚନା ଯୋଗ୍ୟ, ପରିବାର ଲୋକେ ପିଲାଙ୍କୁ ଘରେ ଛାଡି ବିଲକୁ ଧାନ କାଟିବାକୁ ଯାଇଥିଲେ। ଶନିବାର ସନ୍ଧ୍ୟାରୁ ଉଭୟ ଶିଶୁ ନିଖୋଜ ଥିଲେ। ଏହାପରେ ସେମାନଙ୍କୁ ଅନେକ ଖୋଜାଖୋଜି କରିବା ପରେ ମଧ୍ୟ କୌଣସି ସୂଚନା ମିଳିନଥିଲା। ଏହାପରେ ପରିବାର ଲୋକେ ପୁଲିସକୁ ଖବର ଦେଇଥିଲେ। ସକାଳେ କୂଅରେ ୨ ଶିଶୁଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ରବିବାର କୂଅରୁ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

 

- Advertisement -

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories