www.samajalive.in
Sunday, December 7, 2025
26.1 C
Bhubaneswar

ଫୁଲବାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌‌ଯାପିତ

ଫୁଲବାଣୀ: ସ୍ଥାନୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମହାଆଡ଼ମ୍ବରରେ ଉଦ୍‌‌ଯାପିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ଅତିଥିଭାବେ ସରକାରୀ ସ୍ୱଂୟ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼.ସୁବାଷ ଚନ୍ଦ୍ର ପ୍ରଧାନ, ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଅନିମା କହଁର ଯୋଗଦେଇଥିବା ବେଳେ ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଜ୍ୟୋତି ପ୍ରକାଶ ରଥ ସଭାପତିତ୍ୱ କରିଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିିଭିନ୍ନ କ୍ରିଡ଼ା ପ୍ରତିଯୋଗିତା ସହିତ ସାଂସ୍କୃତିକ, ସଙ୍ଗୀତ, ଏକକ ଅଭିନୟ, ଷ୍ଟାଣ୍ଡଅପ୍ କମେଡ଼ି, ଫ୍ୟାସନ ସୋ, ଦଳ ଗତ ନୃତ୍ୟ ଓ ଅନ୍ୟ ପ୍ରତିଯୋଗିତାର କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ନୋଡ଼ାଲ୍‌‌ ଅଧିକାରୀ ତିଲେଶ୍ୱର ତାଣ୍ଡିଆ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ପ୍ରଫେସର ସୁଜିତ୍‌‌ ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକାମାନେ ସହଯୋଗ କରିଥିଲେ। ସମସ୍ତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories