www.samajalive.in
Tuesday, December 9, 2025
16.1 C
Bhubaneswar

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ଯୁବ ଓଡ଼ିଶା ନବୀନ ଓଡ଼ିଶା ଉଦଯାପନୀ ଉତ୍ସବ

ବୌଦ୍ଧ : ବୌଦ୍ଧ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଯୁବ ଓଡ଼ିଶା ଓ ନବୀନ ଓଡ଼ିଶା ଯୋଜନା ୨୦୨୩ ଅନ୍ତର୍ଗତ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦଯାପନୀ ପୁରସ୍କାର ବିତରଣ ଉତ୍ସବ ମହାସମାରେହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଏବଂ ସମ୍ମାନିତ ଅତିଥି ଭାବରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ଅତିରିକ୍ତ ଜିଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦାରିଦ୍ୟଭଞ୍ଜନ ମଦନ ମୋହନ ପାତ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା, କାର୍ଯ୍ୟକ୍ରମର ଜିଲା ନୋଡାଲ ଅଧିକାରୀ ଅଧ୍ୟାପିକା ଗୀତାଞ୍ଜଳୀ ମହାପାତ୍ର ଓ ମହାବିଦ୍ୟାଳୟର ନୋଡାଲ ଅଧିକାରୀ ଡ. ସୁଜାତା ସାହୁ ଜିଲାରେ କାର୍ଯ୍ୟକ୍ରମର ସଫଳତା ନେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ। ସାଂସ୍କୃତିକ ବିଭାଗ ମୁଖ୍ୟ ଅଧିକାରୀ ପ୍ରଣିତା ପରିଡା ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଅଧ୍ୟାପିକା ଅମ୍ରିତା କୁମାରୀ ମହାପାତ୍ର ଏବଂ ଅଧ୍ୟାପକ ରୋଶନ କୁମାର ତ୍ରିପାଠୀ ମଞ୍ଚ ପରିଚାଳନା ଏବଂ ଅଧ୍ୟାପିକା ସୁମିତା ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। ମହାବିଦ୍ୟାଳୟ ପରିଚାଳନା ସମିତିର ପ୍ରାକ୍ତନ ସଦସ୍ୟ, ପ୍ରାକ୍ତନ ଛାତ୍ରଛାତ୍ରୀ, ଅଭିଭାବକ, ମହାବିଦ୍ୟାଳୟର କର୍ମଚାରୀ ତଥା ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories