www.samajalive.in
Sunday, December 14, 2025
15.1 C
Bhubaneswar

ପ୍ରାଣ ନେଲା ମହୁମାଛି; ଚାଲିଗଲା ଦୁଇ ନିରୀହ ଜୀବନ

କାମାକ୍ଷାନଗର: କାମାକ୍ଷାନଗର ଥାନା କାଦୁଆ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଗାଁର ଝୁମର ସେଠୀ ଏବଂ ମାୟାଧର ଦେହୁରୀ। ମାୟାଧର ଗାଁ ପାଖ ନିଜ ଚାଷ ଜମିରୁ ଘରକୁ ଫେରୁଥିବା ବେଳେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ଓ ପରେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ସୋମବାର ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଛି। ସେହିଭଳି ଗାଁର ଝୁମର ସେଠୀ ଗାଧୋଇ ସାରି ଘରକୁ ଫେରୁଥିବା ବେଳେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେତେବେଳେକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ମହୁମାଛି ଆକ୍ରମଣରେ ଗାଁର ଦୁଇ ଜଣଙ୍କର ମୃତ୍ୟୁକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ତୁରନ୍ତ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories