www.samajalive.in
Sunday, December 7, 2025
14.1 C
Bhubaneswar

ଦାୟିତ୍ୱ ନେଲେ ମୁଖ୍ୟ ନିର୍ବାଚନ ଆୟୁକ୍ତ ସୁନିଲ ଆରୋରା

ନୂଆଦିଲ୍ଲୀ : ମୁଖ୍ୟ ନିର୍ବାଚନ ଆୟୁକ୍ତ ସୁନିଲ ଆରୋରା ରବିବାର ନିଜର ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସାମ୍ବାଦିକ ସମ୍ମିଳନୀରେ ଆରୋରା କହିଛନ୍ତି ଯେ ଆଗାମୀ ଲୋକସଭା ନିର୍ବାଚନକୁ ସ୍ୱଚ୍ଛ, ନିରପେକ୍ଷ ଓ ଅବାଧ କରିବା ତାଙ୍କର ସର୍ବପ୍ରଥମ ପ୍ରାଥମିକତା ରହିଛି। ଆସନ୍ତାବର୍ଷ ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ ହୋଇସାରିଥିବା ସେ କହିଛନ୍ତି। ନିର୍ବାଚନର ସମସ୍ତ ଦିଗ ଯଥା ଭୋଟର ପଞ୍ଜୀକରଣ, ଇଭିଏମ୍‍, ଭିଭିପିଏଟି, ପୋଷ୍ଟାଲ ବାଲାଟ ଭଳି ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଉଛି। ସାଧାରଣ ନିର୍ବାଚନକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ଲାଗି ରାଜନୈତିକ ଦଳ, ଏନଜିଓ, ଗଣମାଧ୍ୟମ ଭଳି ବଡ ଅଂଶୀଦାରଙ୍କ ସହଯୋଗ କାମନା କରିଛନ୍ତି ଆରୋରା।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories