www.samajalive.in
Wednesday, December 10, 2025
26.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ କ୍ରୀଡା ଉତ୍ସବ

ପିପିଲି:ପିପିଲି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୩ତମ ବାର୍ଷିକ କ୍ରୀଡା ଉତ୍ସବ ସମାରୋହରେ ଉଦ୍‍ଘାଟିତ ହୋଇଯାଇଛି। ସ୍ଥାନୀୟ ଇନ୍ଦିରା ମଇଦାନ ଠାରେ ଆୟୋଜିତ ଏହି ଦୁଇଦିନିଆ କ୍ରୀଡା ଉତ୍ସବକୁ ପିପିଲି ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‍ଘାଟନ କରିଥିଲେ।

ଏହି ଅବସରରେ ବିଦ୍ୟାମନ୍ଦିରର ପ୍ରଧାନାଚାର୍ଯ୍ୟ ନେତ୍ରାନନ୍ଦ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଶ୍ରୀ ଖଣ୍ଡାୟତରାୟଙ୍କ ସମେତ ବିଦ୍ୟାମନ୍ଦିର ପରିଚାଳନା କମିଟିର ସଭାପତି ତଥା ପିପିଲି ଶାନ୍ତି କମିଟିର ଅଧ୍ୟକ୍ଷ ବିକ୍ରମ କେଶରୀ ସିଂହ, ସଂପାଦକ ତଥା ବରିଷ୍ଠ ଆଇନଜୀବୀ ରମାକାନ୍ତ ସାହୁ, ଯୁଗ୍ମ ସଂପାଦକ ରମାକାନ୍ତ ନାୟକ, କୋଷାଧ୍ୟକ୍ଷ ତଥା ପିପିଲି ବଜାର ବ୍ୟବସାୟୀ ସଂଘ ସଭାପତି ରାକେଶ କୁମାର ମହାପାତ୍ର ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଶାରିରିକ, ମାନସିକ ଓ ବୌଦ୍ଧିକ ବିକାଶ ଦିଗରେ କ୍ରୀଡାର ଆବଶ୍ୟକତା ଓ ଉପକାରିତା ସଂପର୍କରେ ଆଲୋକପାତ କରିଥିଲେ।

- Advertisement -

ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାମନ୍ଦିର ପରିଚାଳନା କମିଟିର ସଦସ୍ୟ ଶଙ୍କର୍ଷଣ ପ୍ରଧାନ, ସଦସ୍ୟା କଳ୍ପନା ବେହେରା, ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories