www.samajalive.in
Friday, December 12, 2025
27.1 C
Bhubaneswar

୧୦୦ ବର୍ଷର ସମସ୍ୟା, ୧୦୦ ଦିନରେ ସମାଧାନ – ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତ ଲୋକମାନଙ୍କର ଦୀର୍ଘ ଦିନର ଜମିଜମା ସମସ୍ୟା ଦୂର କରି ସେମାନଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି। ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ଲୋକମାନେ ବର୍ଷ ବର୍ଷ ଧରି ଜମି ସମସ୍ୟା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଗଷ୍ଟ ୨୦ ତାରିଖରେ ୫-ଟି ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଗସ୍ତ ପରେ ସମାଧାନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିଲା। ଏମାନଙ୍କର ୧୮ଟି ରାଜସ୍ବ ଗ୍ରାମ ପାଇଁ ସର୍ଭେ ଆରମ୍ଭ ହୋଇଥିଲା। ଏଥିମଧ୍ୟରୁ ଆଜି ୭ଟି ଗାଁର ୮୬୬ଟି ପରିବାର ପାଇଁ ସର୍ଭେ ସଂପୂର୍ଣ୍ଣ କରାଯାଇ ଜମିପଟ୍ଟା ଦିଆଯାଇଛି। ବାକି ୧୧ଟି ଗାଁର ସର୍ଭେ ଚାଲିଛି। ଏହି ୧୧ଟି ଗାଁର ଖୁବଶୀଘ୍ର ୧୩୩୯ଟି ପରିବାର ଖୁବଶୀଘ୍ର ଜମିପଟ୍ଟା ପାଇବେ।

https://youtu.be/Nv3iNFjqDJg

- Advertisement -

ସେହିପରି ଗଞ୍ଜାମ ଜିଲ୍ଲା ସୋରଡା ତହସିଲର ୨୨ଟି ଗାଁର ଜମି ୧୯୮୩ ମସିହାରେ ଜଳସଂପଦ ବିଭାଗ ନାମରେ ରେକର୍ଡ ହୋଇଥିଲା। ଆଜି ୧୭ଟି ଗାଁର ଜମି ରାଜସ୍ବ ବିଭାଗକୁ ଯାଇଛି ଏବଂ ସେଗୁଡିକର ସେଟେଲମେଣ୍ଟ ଚାଲିଛି। ଏମାନଙ୍କ ମଧ୍ୟରୁ ୯୬୨ ଜଣଙ୍କୁ ଆଜି ଘରଡିହ ପଟ୍ଟା ଓ ୭୦୦ ଜଣଙ୍କୁ ଜମିପଟ୍ଟା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିଛନ୍ତି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକ ଓ ହିତାଧିକାରୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଁ ସବୁବେଳେ ନିଷ୍ଠାପର ଉଦ୍ୟମ କରିଆସିଛି। ଆପଣମାନଙ୍କ ଖୁସି ହିଁ ମୋର ସବୁଠାରୁ ବଡ ସଫଳତା।

ଜମିପଟ୍ଟା ପାଇବା ଦ୍ବାରା ଆପଣମାନେ ବିଭିନ୍ନ ସରକାରୀ କଲ୍ୟାଣ ଯୋଜନାରେ ସାମିଲ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ କହିଥିଲେ ଯେ ଗଞ୍ଜାମ ଜିଲ୍ଲାରେ ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ପଟ୍ଟା ଦିଆଯାଇଥିଲା। ଖୁବଶୀଘ୍ର ଆଉ ୧୮ ହଜାର ହିତାଧିକାରୀ ଗ୍ରାମକଣ୍ଠ ପଟ୍ଟା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories