www.samajalive.in
Friday, December 12, 2025
19.1 C
Bhubaneswar

ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା  ଟାଙ୍ଗରପଡ଼ା ପଞ୍ଚାୟତ ଅନ୍ତର୍ଗତ ଭୀମାପଡ଼ା ଗ୍ରାମର ନେତ୍ରାନନ୍ଦ ମହାନ୍ତଙ୍କ ଦ୍ୱିତୀୟ ସ୍ତ୍ରୀ ଶକୁନ୍ତଳା  ମହାନ୍ତଙ୍କ ବିଳମ୍ବିତ ରାତ୍ରୀ ରେ ସନ୍ଦେହ ଜନକ ମୃତ୍ୟୁ ଘଟିଛି । ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା।  ରବିବାର ସକାଳୁ ଶକୁନ୍ତଳାଙ୍କ  ମୃତ ଦେହ ବିଛଣା ରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କ ପାଟି ଓ ନାକରୁ ଫେଣ ବାହାରିଥିବା ଦେଖିବାକୁ ମିଳିଥିଲା। ବାପ ଘର ଲୋକ ଏହାକୁ ଏକ ସୁପରକଳ୍ପିତ ହତ୍ୟା କାଣ୍ଡ ବୋଲି ଅଭିଯୋଗ କରିଛନ୍ତି ।
କେନ୍ଦୁଝରରୁ ୩ଜଣିଆ ସାଇଣ୍ଟିଫିକ ଟିମ ତଦନ୍ତ କରି ଫେରି ଯାଇଛନ୍ତି। ରବିବାର ସନ୍ଧ୍ୟାରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମୃତଦେହ ବ୍ୟବଛେଦପରେ  ପରିବାର ଲୋକ ଙ୍କୁ ହସ୍ଥାନ୍ତର କରାଯାଇଛି। ଏନେଇ ପାଟଣା ଥାନାରେ ୫୩/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପୋଷ୍ଟମର୍ଟମ  ରିପୋର୍ଟ ଆସିଲେ ପ୍ରକୃତ ଘଟଣା ଜଣାପଡ଼ିବ ଓ ସେହି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନାଧିକାରୀ ବିବତ୍ସ ପ୍ରଧାନ ସୂଚନା ଦେଇଛନ୍ତି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories