www.samajalive.in
Saturday, December 13, 2025
27.1 C
Bhubaneswar

ଧାମନଗରର ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନୱାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏ ବିଷୟରେ ଅନୁରୋଧ କରିଥିଲେ। ଶ୍ରୀ ପାଣ୍ଡିଆନ ଏହି ଅନୁରୋଧ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପାଣି ଟାଙ୍କୀ ଓ ଜଳଯୋଗାଣ ସୁବିଧା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନୱାକୁ ଆସିଥାନ୍ତି। ପୀରବାବା ହୁଜୁର ମୁଜାହିଦଙ୍କ ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୋଇଥାଏ। ସେଠାରେ ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଭକ୍ତ ଉପକୃତ ହେବେ । ସେମାନଙ୍କ ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇବା ସହିତ ଗଭୀର କୃତଜ୍ଞତା ବ୍ୟକ୍ତ କରିଛନ୍ତି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories