www.samajalive.in
Saturday, December 13, 2025
15.1 C
Bhubaneswar

ପୌରପାଳିକା ତରଫରୁ ଯୁବ ଓଡ଼ିଶା କାର୍ଯ୍ୟକ୍ରମ

ଚୌଦ୍ୱାର: ଚୌଦ୍ୱାର ପୌରପାଳିକା ତରଫରୁ ନିଗମାନନ୍ଦ ବିଦ୍ୟାପୀଠରେ ଯୁବ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ବିଧାୟକ ସୌଭିକ୍ ବିଶ୍ୱାଳ ଉଦଘାଟନ କରିଥିଲେ। ହିନ୍ଦ୍ ସେବକ ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାମୋଦର ସାହୁ, କଟକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ହେମନ୍ତ କୁମାର ସ୍ୱାଇଁ, ପୌରାଧ୍ୟକ୍ଷା ମାନସୀ ସ୍ୱାର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, ସାଂସଦ ପ୍ରତିନିଧି ପ୍ରେମଚାନ୍ଦ ନାୟକ, ବିଧାୟକ ପ୍ରତିନିଧି ବିଷ୍ଣୁ ଚରଣ ପରିଡ଼ା ପ୍ରମୁଖ ଅତିଥି ଭାବେ ଉଦ୍ବୋଧନ ଦେଇ ଛାତ୍ରଛାତ୍ରୀ ମାନଙ୍କ ଭିତରେ ଥିବା ଅନ୍ତର୍ନର୍ିହିତ ପ୍ରତିଭାର ବିକାଶ କରାଇ ସେମାନଙ୍କୁ ସାମାଜିକ କାର୍ଯ୍ୟରେ ନିୟୋଜିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ପୌର ନିର୍ବାହୀ ଅଧିକାରୀ ସଂଜୀବ କୁମାର ମହାପାତ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କାଉନସିଲର ଅଜୟ କୁମାର ବେହେରା, ଆଶୁତୋଷ ଦାସ, ବିଜୟ କୁମାର ମଲ୍ଲିକ, ସୁବ୍ରତ କୁମାର ସାମଲ, ଅଜିନୀ ବେହେରା, ଯୁବନେତା ଅର୍ଜୁନ ପଣ୍ଡା, ଜିଲା ଛାତ୍ର ବିଜେଡ଼ି କାର୍ଯ୍ୟକାରୀ ସଭାପତି ସିଦ୍ଧାର୍ଥ ନାୟକ, ଚୌଦ୍ୱାର ମହିଳା ବିଜେଡ଼ି ସଭାନେତ୍ରୀ କବିତାରାଣୀ ଲେଙ୍କା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର ପୌରାଞ୍ଚଳର ୨୩ଟି କ୍ଲବ୍ ଓ ପ୍ରତି ୱାର୍ଡ଼ରୁ ଯୁବଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କ୍ରୀଡ଼ା, ସାମାଜିକ, ସାଂସ୍କୃତିକ ଆଦି ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ପୌର କାର୍ଯ୍ୟାଳୟ ସୁତ୍ରରୁ ପ୍ରକାଶ କରାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories