www.samajalive.in
Sunday, December 7, 2025
26.1 C
Bhubaneswar

ମହିଳା ସ୍ନାତକ କଲେଜରେ ଯୋଗ ଶିବିର

ଆଠଗଡ଼: ଆଠଗଡ଼ସ୍ଥିତ ଗୋପବନ୍ଧୁ ସ୍ନାତକ ମହିଳା କଲେଜରେ ସମନ୍ୱିତ ଯୁବ ବିକାଶ ଯୋଜନା ଅନ୍ତର୍ଗତ ସମାଜସେବା କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ମଙ୍ଗଳବାର ଏକଦିବସୀୟ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଯୋଗ ଶିବିରକୁ ଉଦ୍‌‌ଘାଟନ କରି କଲେଜର ଅଧ୍ୟକ୍ଷା ସଂଗୀତା ମହାପାତ୍ର ଏକ ସୁସ୍ଥ ନିରାମୟ ଜୀବନ ପାଇଁ ଯୋଗ ଓ ପ୍ରାଣାୟାମ ଅବ୍ୟର୍ଥ ମହୋଷୋଧି ବୋଲି ମତବ୍ୟକ୍ତ କରିଥିଲେ। ନୋଡାଲ ଅଧିକାରୀ ଅଧ୍ୟାପିକା ବସିରା ବେଗମଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ସେବାକେନ୍ଦ୍ରର ସଭାପତି ଯଦୁମଣି ପଟ୍ଟନାୟକ ଯୋଗ ଓ ପ୍ରାଣାୟାମର ଉପକାରିତା ସଂପର୍କରେ ଆଲୋକପାତ କରିଥିଲେ।

- Advertisement -

ସମ୍ମାନିତ ଅତିଥି ଭାବେ ଯୋଗ ପ୍ରଶିକ୍ଷକ ମନୋଜ ପାଣିଗ୍ରାହୀ ଓ ଶ୍ରୀକାନ୍ତ ବେହେରା ଯୋଗଦେଇ ଛାତ୍ରୀମାନଙ୍କୁ ଯୋଗର ବିଭିନ୍ନ ଆସନ କରାଇ ପ୍ରତିଦିନ କିଛି ସମୟ ଯୋଗ କରିବା ପାଇଁ ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଶେଷରେ ଅଧ୍ୟାପିକା ଟ୍ୱିଙ୍କିଲ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। କଲେଜର ସମସ୍ତ ଅଧ୍ୟାପିକା ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories