www.samajalive.in
Sunday, December 7, 2025
14.1 C
Bhubaneswar

ଘରେ ଫ୍ରିଜରେ ମଦ ରଖି ମହିଳା ଚଳାଇଥିଲେ ବେଆଇନ୍‌ ମଦ ବେପାର, ଅବକାରୀ ବିଭାଗ କଲା ଗିରଫ

ଘଣ୍ଟାପଡ଼ା- କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢ ଉ କରାଯାଇ ବେଆଇନ ମଦ ଜବତ କରାଯାଇଛି । ଏହି ଘଟଣାରେ ସଂପୃକ୍ତ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟିଗୋରା ଗ୍ରାମରେ ଚଢାଉ କରି ବିପୁଳ ପରିମାଣର ବିଦେଶୀ ଓ ଦେଶୀ ମଦ ଜବତ କରିଛନ୍ତି । ଘରେ ଫ୍ରିଜରେ ମଦ ରଖି ଏହି ମହିଳା ବେଆଇନ ମଦ ବେପାର ଚଳାଇଥିଲେ ।

ଅଭିଯୁକ୍ତଙ୍କ ଘରୁ ୭୩ଲିଟର ବିଦେଶୀ ମଦ ଓ ୨୭ଲିଟର ଦେଶୀ ମଦ ଜବତ ହୋଇଛି । ଘଟଣାରେ ସଂପୃକ୍ତ ଭାରତୀ ସାହୁ(୪୩) କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ ସୂଚନା ଦେଇଛନ୍ତି । ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୧୪୬/୨୩ ରେ ଏକ ମାମଲା ରୁଜୁ କରାଯାଇଥିବା ଜଣାପଡିଛି ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories