www.samajalive.in
Tuesday, December 9, 2025
17.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଧର୍ମଗଡ଼ : କଳାହାଣ୍ଡି ଜିଲା ଧର୍ମଗଡ ଆରଡ଼ି ଅଫିସ ଛକଠାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ମୃତକ ଜଣଙ୍କ ଲୁହା ଗାଁର ପର୍ଶୁରାମ ମାଝି। ସେ ତାଙ୍କ ଭାଇ ଘାସିରାମ ମାଝି ସହ ବାଇକରେ କୈାଣସି ଏକ କାମରେ ଧର୍ମଗଡ଼ ଆସୁଥିବାବେଳେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲେ। ଯାହାଦ୍ବାରା ଘଟଣା ସ୍ଥଳରେ ପର୍ଶୁରାମଙ୍କ ମୃତ୍ୟୁ ହୋଇଥିବା ବେଳେ ଘାସିରାମଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରିବା ସହ ଆହତଙ୍କୁ ଚିକିତ୍ସା ପାଇଁ ଡ଼ାକ୍ତରଖାନାରେ ଭର୍ତ୍ତି କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories