www.samajalive.in
Wednesday, December 10, 2025
15.1 C
Bhubaneswar

କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନୂତନ କାର୍ଯ୍ୟାଳୟ ଉଦଘାଟିତ

ଲାଞ୍ଜିଗଡ଼: କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନୂତନ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ପୂର୍ବତନ ମନ୍ତ୍ରୀ ତଥା ବିଜେଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ସମ୍ମାନିତ ଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷା ସ୍ବର୍ଣ୍ଣଚମ୍ପା ମାଝୀ, ପରିଷଦ ସଦସ୍ୟ ଇଂ ସୁଶୀଲ ଶବର, ଜନ୍ମେଜୟ ମାଝୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର, ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ଅଧିକାରୀ ରାମକୃଷ୍ଣ ଗଣ୍ଡ, ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ବିମ୍ବାଧର ସାହୁ, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, କନିଷ୍ଠ ଯନ୍ତ୍ରୀ ଗୋଲକ ଭୋଇ ପ୍ରମୁଖ ଯୋଗଦେଇଥିଲେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର କଳାହାଣ୍ଡି ଜିଲ୍ଲାରେ ନୂତନ ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନକୁ ମଞ୍ଜୁର କରିଥିବାବେଳେ ଏହାର ପ୍ରଥମ ଅଧ୍ୟକ୍ଷ ଭାବେ ପୂର୍ବତନ ଲାଞ୍ଜିଗଡ ବିଧାୟକ ଶିବାଜୀ ମାଝୀଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ, ଥୁଆମୂଳରାମପୁର ସମେତ ଜିଲ୍ଲାର ଦଶଟି ବ୍ଲକ ଅଞ୍ଚଳରେ ଜନଜାତି ସଂସ୍କୃତି ଓ ପ୍ରଗତିକୁ ପ୍ରାଥମିକତା ଦେବା ଲକ୍ଷ୍ୟରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟ କରିବ ବୋଲି ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories