www.samajalive.in
Saturday, December 13, 2025
26.1 C
Bhubaneswar

ପିପିଳିଆରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

ପାଟଣା :ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ସ୍ଥିତ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଲକ୍ଷ୍ମୀ ନାରାୟଣ ଡିଗ୍ରୀ ମହା ବିଦ୍ୟାଳୟ ରେ ଚାଲିଥିବା ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ର ଆଜିର ଅନ୍ତିମ ଦିବସ ରେ ରଙ୍ଗା ରଙ୍ଗ ପରିବେଶରେ ଉଦଯାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ନିରାକାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଜିଲ୍ଲା ଓକିଲ ସଂଘର ସଭାପତି ଆଶିଷ ଚକ୍ରବର୍ତ୍ତୀ ଓ ବରେଣ୍ୟ ଅତିଥି ଭାବେ ଘଷିପୁରା ପଞ୍ଚାୟତ ସମିତି ର ପୂର୍ବତନ ଅଧ୍ୟକ୍ଷ ଦେବାଶିଷ ପାତ୍ର, ସମ୍ମାନୀତ ଅତିଥି ଭାବେ ଘଟଗାଁ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳୀ ନାୟକ ,ପିପିଳିଆ ସରପଞ୍ଚ ଗୋଲାପ ନାୟକ ,ଜିଲ୍ଲା ଯୁବ ବିଜେଡି ଉପସଭାପତି ଏସ୍ କେ ଇମରାନ ,ଶଙ୍କର୍ଷଣ ବେହେରା ପ୍ରମୁଖ ଯୋଗ ଦେଇଥିବାବେଳେ +୩ ଅଧ୍ୟକ୍ଷ ଦୈତାରୀ ମହାନ୍ତ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।

ଯୁବ ବିକାଶ କାର୍ଯ୍ୟକ୍ରମର +୨ ନୋଡାଲ ଅଧିକାରୀ ଅଲେଖ ପ୍ରସାଦ ସାହୁ ଓ +୩ ନୋଡାଲ ଅଧିକାରୀ ତପନ କୁମାର ମହାନ୍ତ ଏବଂ ଅଧ୍ୟାପିକା ନିବେଦିତା ଶୁକ୍ଳା ସମଗ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ସାଧାରଣ ସଭା ଶେଷରେ +୨ ଏବଂ +୩ ର କ୍ରୀଡ଼ାର ସମସ୍ତ ବର୍ଗ ସହ ସାଂସ୍କୃତିକ ଓ ସାମାଜିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣକାରୀ ୮ ଜଣ ଙ୍କୁ ଚମ୍ପିୟାନ ଟ୍ରଫି ସହ ୩ ଶହ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଙ୍କ କୃତିତ୍ୱ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ରଙ୍ଗାରଙ୍ଗ ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ କାର୍ଯ୍ୟକ୍ରମ ରେ ସାମିଲ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories