www.samajalive.in
Saturday, December 13, 2025
26.1 C
Bhubaneswar

ମାତୃପୁରୀରେ ଜାତୀୟ ଗଣିତ ଦିବସ ପାଳିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ ଏ ସି ଅନ୍ତର୍ଗତ ଲାଦରପାଲି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ମାତୃପୁରୀ ଠାରେ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଗଣିତ ଦିବସ ପାଳନ ହୋଇଯାଇ ଅଛି। ମୁଖ୍ୟ ଅତିଥି ଭାବେ ବିନିକା ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ ମିଶ୍ର ଏହାକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଗଣିତ ବିଷୟରେ ଟ୍ୟାଲେଣ୍ଟ ସର୍ଚ୍ଚ, ଜଣାଅଜଣା କୁଇଜ୍ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ତେଜରାଜ ସାହୁ ଓ ସୌରଭ ଚନ୍ଦନ ପ୍ରଧାନ, ଶ୍ରୀଜିନା ପ୍ରଧାନ ଓ ସିଦ୍ଧିକ୍ ତ୍ରୀପାଠୀ, ଶୁଭଙ୍କର ସାହୁ ଓ ଅର୍ପଣ ଲକ୍ଷ୍ମଣ ଭୋଇ ପ୍ରଥମରୁ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଅଧ୍ୟକ୍ଷ ଟି କେଲାଲ ଚାନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରଥପୁର ବୀରମହାରାଜପୁର ଆଦର୍ଶ ବିଦ୍ୟାଳୟର ଗଣିତ ଶିକ୍ଷୟିତ୍ରୀ ତଥା ମାତୃପୁରୀର ପୂର୍ବତନ ଛାତ୍ରୀ ମଧୁସ୍ମିତା ଚାନ୍ଦ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଗଣିତ ଦିବସର ତାତ୍ପର୍ଯ୍ୟ ବିଷୟ ରେ ଆଲୋଚନା କରିଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories