www.samajalive.in
Saturday, December 13, 2025
26.1 C
Bhubaneswar

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ.ଏମ.ରାଜେନ୍ଦ୍ରନଙ୍କ ପରଲୋକ

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ.ଏମ.ରାଜେନ୍ଦ୍ରନଙ୍କ ପରଲୋକ ହୋଇଛି। ଚେନ୍ନାଇର ଏକ ଘରୋଇ ହସପିଟାଲରେ ତାଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଥିଲା। ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଥିଲେ ଏମ.ଏମ.ରାଜେନ୍ଦ୍ରନ। ଓଡ଼ିଶାର ରାଜ୍ୟପାଳ ହେବା ପୂର୍ବରୁ ଏମ.ଏମ.ରାଜେନ୍ଦ୍ରନ ତାମିଲନାଡୁର ମୁଖ୍ୟ ଶାସନ ସଚିବ ଥିଲେ। ୧୯୫୭ ବ୍ୟାଚର ଆଇଏଏସ ଟପ୍ପର ଥିଲେ ଏମ.ଏମ.ରାଜେନ୍ଦ୍ରନ।

ଓଡ଼ିଶାର ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ. ଏମ. ରାଜେନ୍ଦ୍ରନଙ୍କ ବିୟୋଗ ଖବର ପାଇ ମୁଁ ଅତ୍ୟନ୍ତ ମର୍ମାହତ। ଦୀର୍ଘ ବର୍ଷର କ୍ୟାରିୟର ବ୍ୟୁରୋକ୍ରାଟ ଭାବେ ତାଙ୍କର ଅଭିଜ୍ଞତା ତାଙ୍କୁ ପ୍ରଶାସକ ଭାବେ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା। ଲୋକଙ୍କ ସେବା ଓ ନିଷ୍ଠା ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ। ତାଙ୍କ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଭଗବାନ ତାଙ୍କୁ ଶାନ୍ତିରେ ବିଶ୍ରାମ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମଏମ ରାଜେନ୍ଦ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories