www.samajalive.in
Sunday, December 7, 2025
26.1 C
Bhubaneswar

ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ନାଚୁଣୀ/ବାଣପୁର: ନାଚୁଣୀ ଶ୍ରୀରାମ ମନ୍ଦିର ସମ୍ମୁଖ ୧୬ନଂ ଜାତୀୟ ରାଜପଥ ଓଭରବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ବାଲୁଗାଁ ଥାନା ବ୍ରାହ୍ମଣକୋଷଡିହ ଗ୍ରାମର ଲୋକନାଥ ନାୟକଙ୍କ ପୁଅ ଗୁରୁଚରଣ ନାୟକ(୩୮) ପତ୍ନୀଙ୍କୁ ନେଇ ଖୋର୍ଦ୍ଧାରୁ ଏକ ଦୁଇଚକିଆ ଗାଡ଼ିରେ ନିଜ ଗାଁକୁ ଫେରୁଥିଲେ।

ଶନିବାର ସନ୍ଧ୍ୟା ୫ଟାରେ ନାଚୁଣୀ ଓଭରବ୍ରିଜ ଅତିକ୍ରମ କରୁଥିବାବେଳେ ଅନ୍ୟ ଏକ ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ନାଚୁଣୀ ଥାନା ଅଧିକାରୀ ଚନ୍ଦ୍ରଶେଖର ଜେନା ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଟାଙ୍ଗୀ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ଗୁରୁଚରଣଙ୍କୁ ବାଲୁଗାଁ ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଗୁରୁଚରଣଙ୍କ ପତ୍ନୀ ଟାଙ୍ଗୀ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଦୁର୍ଘଟଣାସ୍ଥଳରୁ ଦୁଇଟି ଗାଡ଼ି ଜବତ କରି ମୃତକଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ମୃତ ଗୁରୁଚରଣ ମାଲକାନଗିରି ଜିଲାରେ ଶିକ୍ଷକତା କରୁଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories