www.samajalive.in
Monday, December 8, 2025
14.1 C
Bhubaneswar

ମଙ୍ଗଳବାର ରାଶିଫଳ

ମେଷ: ନିଜ କାର୍ଯ୍ୟର ସମୀକ୍ଷା କରିବେ। ବନ୍ଧୁ ସୁଖ ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ସେବା ସଙ୍ଗଠନର ନେତୃତ୍ବ ନେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚାଲିବେ।

ବୃଷ: ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ। ଶତ୍ରୁ ଭୟ ରହିଛି। ବଦଖର୍ଚ୍ଚୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୁଷ୍ଟ ଦଳନ କରି ଆଶ୍ବସ୍ତ ହୋଇପାରନ୍ତି।

- Advertisement -

ମିଥୁନ: ସାଧୁଙ୍କ ସଂସ୍ପର୍ଶରେ ଆସିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ତେଜସ୍ବୀ ହୋଇପାରନ୍ତି।

କର୍କଟ: ଅନୁଭୂତି ବୃଦ୍ଧି ହେବା ସହିତ ଦକ୍ଷତା ପ୍ରତିପାଦନ କରିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ପାଇଁ ଜନପୂଜ୍ୟ ହେବେ। ସୁସ୍ଥ ଓ ନିରାମୟ ରହିବେ।

ସିଂହ: କାର୍ଯ୍ୟ ପ୍ରାପ୍ତି ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଉଚ୍ଚ ଆଶା ଫଳବତୀ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ମଧୁରଭାଷୀ ଓ ମେଳାପୀ ପ୍ରକୃତିର ହେବେ।

କନ୍ୟା: କ’ଣ କରିବାକୁ ହେବ ଓ ନ କରିବେ ମନରେ ଦ୍ବିଧାଭାବ ଜାତ ହୋଇପାରେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ଉଦାର ବିଦ୍ୟାପ୍ରେମୀ ହେବେ।

ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସରକାରୀ ଓ ବନ୍ଧୁ ସହାୟତା ପାଇ ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।

ବିଛା: ଅର୍ଥାଭାବ ଅନୁଭବ କରିପାରନ୍ତି। ପଡ଼ୋଶୀଙ୍କ ସାହାଯ୍ୟ ପାଇ ଆଶ୍ବସ୍ତ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମଧୁରଭାଷୀ ହୋଇପାରନ୍ତି।

ଧନୁ: ଯାତ୍ରା ମାର୍ଗ ମଙ୍ଗଳମୟ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚଞ୍ଚଳ ପ୍ରକୃତିର ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସରକାରୀ ସ୍ତରରୁ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ।

ମକର: କାର୍ଯ୍ୟକୁ ଶୃଙ୍ଖଳିତ କରିବା ପାଇଁ ଉଦ୍ୟମ ଜାରି ରଖିବେ। ମନରେ ଦ୍ବିଧାଭାବ ଜାତ ହୋଇପାରେ। କୁଳ ଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ କଟାଇ ପାରନ୍ତି। ସୁଖ-ସମୃଦ୍ଧିରେ ଆଶ୍ବସ୍ତ ହେବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ଓ ସାହସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ।

ମୀନ: ବାହ୍ୟ ଲୋକଙ୍କ ପରାମର୍ଶ ମାନି ପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଖୁବ୍ ସତର୍କତାର ସହ ଚଳିବାକୁ ପଡ଼ିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories