www.samajalive.in
Sunday, December 7, 2025
15.1 C
Bhubaneswar

ଭଗବାନ ଶଙ୍କରଙ୍କୁ ବେଲପତ୍ରରେ ଚନ୍ଦନରେ ଓଁ ନମଃ ଶିବାୟ ଲେଖି ଅର୍ପଣ କରନ୍ତୁ

ପ୍ରଭୁ ଶିବଶଙ୍କରଙ୍କୁ ବେଲପତ୍ର ଖୁବ ପ୍ରିୟ, ଏହାର ଶିବ ପୁରାଣରେ ମଧ୍ୟ ବର୍ଣ୍ଣନା କରାଯାଇଛି। ତେଣୁ ସମସ୍ତ ଭକ୍ତ ଶ୍ରଦ୍ଧାର ଭାବ ସହ ପ୍ରଭୁଙ୍କୁ ପୂଜାର୍ଚ୍ଚନା କରିବା ସମୟରେ ବେଲ ପତ୍ର ଅର୍ପଣ କରିଥାଆନ୍ତି। ଏହାଦ୍ୱାରା ପ୍ରଭୁ ଖୁବ ପ୍ରସନ୍ନ ହେବା ସହ ଭକ୍ତଙ୍କ ଉପରେ କୃପା ଓ ଆଶୀର୍ବାଦ ଦେଇଥାଆନ୍ତି।
ବେଲ ଗଛକୁ ଶ୍ରୀବୃକ୍ଷ ମଧ୍ୟ କୁହାଯାଏ। ମାନ୍ୟତା ଅନୁଯାୟୀ, ଏଥିରେ ପ୍ରଭୁ ମହାଦେବ ବାସ କରନ୍ତି। ତିନିଟି ପତ୍ର ବିଶିଷ୍ଟ ବେଲପତ୍ରକୁ ତ୍ରିଦେବଙ୍କ ଏକ ରୂପ ବୋଲି ମଧ୍ୟ କୁହାଯାଏ। କିମ୍ବଦନ୍ତୀ ଅନୁଯାୟୀ, ଏକଦା ମାତା ପାର୍ବତୀ ଆଙ୍ଗୁଠିରେ ନିଜ ମଥାରେ ଥିବା ଝାଳକୁ ପୋଛି ପକାଇଦେଇଥିଲେ। ସେହି ଝାଳରୁ କିଛି ବୁନ୍ଦା ମନ୍ଦାର ପର୍ବତରେ ପଡ଼ିଥିଲା। ସେଥିରୁ ହିଁ ବେଲ ଗଛ ଉତ୍ପନ ହୋଇଛି ବୋଲି କୁହାଯାଏ। ଏହି ବେଲ ବୃକ୍ଷ ଅଧିକାଂଶ କେବଳ ମନ୍ଦିର ନିକଟରେ ହିଁ ଥାଏ।
କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ ଭଗବାନ ଶଙ୍କରଙ୍କୁ ବେଲପତ୍ରରେ ଚନ୍ଦନରେ ଓଁ ନମଃ ଶିବାୟ ଲେଖି ଅର୍ପଣ କରନ୍ତୁ। ଏହାଦ୍ୱାରା ଶୁଭଫଳ ମିଳିବା ସହ ସଫଳତା ମିଳିଥାଏ। ଧାର୍ମିକ ମାନ୍ୟତା ଅନୁଯାୟୀ, ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରଭୁ ଶିବଶଙ୍କର ମନ୍ତ୍ର ଜପ କରିବା ବେଶ ଲାଭଦାୟକ। ନିୟମିତ ‘ଓଁ ନମଃ ଶିବାୟ’ ମନ୍ତ୍ର ଜପ କରିବା ଦ୍ୱାରା ଉତ୍ତମ ସ୍ୱାସ୍ଥ୍ୟ, ମାନସିକ ଶାନ୍ତି ପ୍ରାପ୍ତି ହୋଇଥାଏ। ଯେଉଁମାନଙ୍କୁ ଅଧିକ କ୍ରୋଧ ଆସିଥାଏ, ସେମାନେ ମଧ୍ୟ ଏହି ମନ୍ତ୍ର ଜପ କରିବା ଉଚିତ। ଏହି ମନ୍ତ୍ର ଜପ କରିବା ଦ୍ୱାରା ଆପଣଙ୍କୁ ବହୁ ଶୁଭଫଳ ମଧ୍ୟ ପ୍ରାପ୍ତି ହେବା ସହ ଅନେକ ସମସ୍ୟାର ସମାଧାନ ହୋଇଥାଏ।
ଦାମ୍ପତ୍ୟ ଜୀବନରେ ସମସ୍ୟା ଥିଲେ, ପତି-ପତ୍ନୀ ସୋମବାର ଦିନ ଏକାସହ ଭଗବାନ ଭୋଳାଶଙ୍କର ସହ ମା’ଗୌରୀଙ୍କର ପୂଜା କରନ୍ତୁ। ମାତା ପାର୍ବତୀଙ୍କୁ ୧୬ ଶୃଙ୍ଗାର ଅର୍ପଣ କରନ୍ତୁ। ଏହାଦ୍ୱାରା ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ।

ପତିଙ୍କ ଦୀର୍ଘାୟୁ ପାଇଁ ସୋମବାର ଦିନ ବ୍ରତ ନିଶ୍ଚୟ ରଖନ୍ତୁ। ଏହି ଦିନ ପୂଜା କରିବା ସମୟରେ ମାତା ପାର୍ବତୀଙ୍କୁ ସିନ୍ଦୂର ଅର୍ପଣ କରନ୍ତୁ। ବ୍ରତ କଥା ଶୁଣନ୍ତୁ। ମାତା ପାର୍ବତୀଙ୍କ କୃପାରୁ ସୌଭାଗ୍ୟ ପ୍ରାପ୍ତି ହେବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories