www.samajalive.in
Monday, December 8, 2025
20.1 C
Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ,ଅନ୍ୟ ବରିଷ୍ଠ ମନ୍ତ୍ରୀ

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅନ୍ୟ ବରିଷ୍ଠ ମନ୍ତ୍ରୀ ସମାଧି ସ୍ଥଳ ‘ସଦୈବ ଅଟଳ’ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ପହଞ୍ଚିଥିଲେ। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା, ନିର୍ମଳା ସୀତାରମଣ, ଅଶ୍ୱିନୀ ବୈଷ୍ଣବ, ଅନୁରାଗ ଠାକୁର ଏବଂ ଅନ୍ୟ ନେତାମାନେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।


ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ଦେଶର ସମସ୍ତ ପରିବାର ସଦସ୍ୟଙ୍କ ତରଫରୁ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ କୋଟି କୋଟି ପ୍ରଣାମ। ସେ ସାରାଜୀବନ ରାଷ୍ଟ୍ର ନିର୍ମାଣକୁ ତ୍ୱରାନ୍ୱିତ କରିବାରେ ନିୟୋଜିତ ରହିଥିଲେ। ଭାରତ ମାତା ପ୍ରତି ତାଙ୍କର ଉତ୍ସର୍ଗୀକୃତତା ଏବଂ ସେବା ସର୍ବଦା ପ୍ରେରଣା ଉତ୍ସ ହୋଇ ରହିବା

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories