www.samajalive.in
Tuesday, December 9, 2025
17.1 C
Bhubaneswar

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ବତନ୍ତ୍ର ବାଟାଲିୟନ, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଗଠନ ହେବ ସ୍ବତନ୍ତ୍ର ବାଟାଲିୟନ। ଏହି ସ୍ବତନ୍ତ୍ର ବାଟାଲିୟନ ଶ୍ରୀମନ୍ଦିରର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ କରିବ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବାକୁ ଥିବା ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନରେ ୧୧୯୦ଜଣ ସୁରକ୍ଷାକର୍ମୀ ରହିବେ। ଶ୍ରୀମନ୍ଦିରର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ସହିତ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଦାୟିତ୍ବ ମଧ୍ୟ ନେବ ସ୍ବତନ୍ତ୍ର ବାଟାଲିୟନ।

ସ୍ବତନ୍ତ୍ର ବାଟାଲିୟନ ପୁରୀ ଏସପିଙ୍କ ଅଧୀନରେ କାର୍ଯ୍ୟ କରିବ। ଏହା ଶ୍ରୀମନ୍ଦିର ସୁରକ୍ଷା ବାହିନୀ ଭାବେ ନାମିତ ହେବ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପୁରୀକୁ ଜନସମାଗମ ବଢ଼ିବ। ଏବେ ଦୈନିକ ପୁରୀକୁ ୫୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଆସୁଛନ୍ତି । ଛୁଟି ଦିନରେ ଶ୍ରଦ୍ଧାଳୁଙ୍କ ଭିଡ଼ ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories