www.samajalive.in
Monday, December 8, 2025
27.1 C
Bhubaneswar

ଇଟା ଭାଟିରେ କାନ୍ଥ ଭୁଶୁଡି ୬ ଶ୍ରମିକ ମୃତ

ଡେରାଡୁନ୍‌‌ : ଉତ୍ତରାଖଣ୍ଡର ରୁଡକୀରେ ମଙ୍ଗଳବାର ସକାଳେ ମଙ୍ଗଲୋର କୋତବାଲୀର ଲହବୋଲି ଗାଁରେ ଏକ ଇଟା ଭାଟିରେ କାନ୍ଥ ଭୁଶୁଡି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ଅନେକ ଲୋକେ କାନ୍ଥ ତଳେ ଦବି ହୋଇ ରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସକାଳ ସମୟରେ ଇଟା ତିଆରି କରିବା ପାଇଁ ଚିମନୀରେ ଇଟା ଭର୍ତ୍ତି କରିବା ସମୟରେ ଏହି ଅଘଟଣ ଘଟିଥିଲା। ଶ୍ରମିକ କାମ କରୁଥିବା ସମୟରେ ହଠାତ୍‌‌ କାନ୍ଥ ଭୁଶୁଡି ପଡିଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ଘଟଣାର ତଦନ୍ତ କରାଯାଉଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories