www.samajalive.in
Monday, December 8, 2025
24.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀକୁ ୨୦ବର୍ଷ ଜେଲ୍

କେନ୍ଦୁଝରଗଡ଼: ନାବାଳିକା ଦୁଷ୍କର୍ମକାରୀକୁ ଦୋଷୀ ସାବ୍ୟସ୍ତ କରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ବୁଧବାର ୨୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସଦର ଥାନା ଅଞ୍ଚଳରେ ୧୬ବର୍ଷର ନାବାଳିକା ଘରେ ଏକାକୀ ଥିବାର ସୁଯୋଗ ନେଇ ପଡ଼ୋଶୀ ଡିମିରିଡିହା ଗ୍ରାମର ମଣ୍ଟୁ ଓରଫ ସୁନୀଲ କୁମାର ନାୟକ(୨୬) ୨୧ ନଭେମ୍ବର ୨୦୨୧ ସନ୍ଧ୍ୟାରେ ଘରୁ ଅପହରଣ କରି ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ସ୍ଥାପନ କରିଥିଲା। ଘରେ ଝିଆରି ନଥିବା ଦେଖି ନାବାଳିକାଙ୍କ ପରିବାର ଲୋକେ ବହୁ ଖୋଜାଖୋଜି କରି ନପାଇବା ପରେ ବଡବାପା ଝିଆରୀ ନିଖୋଜ ନେଇ ୧୫ ଡିସେମ୍ବର ୨୦୨୧ରେ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇ ୭ ଜାନୁୟାରୀ ୨୦୨୨ରେ ଅଭିଯୁକ୍ତ ସୁନୀଲକୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ପୀଡିତାକୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ବୁଧବାର ଏହି ମାମଲାରେ ମୋଟ ୧୭ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତ ସୁନୀଲକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲ ସହ ୨୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପୀଡିତାଙ୍କୁ ୭ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ପୀଡିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପି.ପି. ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories