www.samajalive.in
Sunday, December 14, 2025
26.1 C
Bhubaneswar

ଜାତୀୟ ସେବା ଯୋଜନା ଶିବିର ଉଦଘାଟିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟ ତରଫରୁ ରତଙ୍ଗ ପଞ୍ଚାୟତ ପୋଡାପଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୟ ସେବା ଯୋଜନା କ୍ୟାମ୍ପ ଉଦଘାଟିତ ହୋଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ନବଘନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୋଡାପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତାରାଣୀ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେI ସାତଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପଚାଶ ଜଣ ଛାତ୍ର ଛାତ୍ରୀ ସାମିଲ ହୋଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟ୍ୟରେ କାର୍ଯ୍ୟକ୍ରମର ସଂଯୋଜକ ଅଧ୍ୟାପକ ସୁଦାମ ବେହେରାଙ୍କ ସହ ମହାବିଦ୍ୟାଳୟର ଅଧ୍ୟାପିକା ସନ୍ଧ୍ୟାରାଣୀ ପାଢ଼ୀ, ସୁସୁପ୍ତି ପଟ୍ଟନାୟକ, ବନିତା ପଣ୍ଡା, ଶର୍ମିଷ୍ଠା ପ୍ରଧାନ, ହରପ୍ରିୟା ମିଶ୍ର, ଅଧ୍ୟାପକ ବିରଞ୍ଚିନାରାୟଣ ସାହୁ, ଏନ. ଶ୍ରୀନିବାସ ରାଓ, ରଞ୍ଜିତ ଦୀପ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories