www.samajalive.in
Saturday, December 13, 2025
26.1 C
Bhubaneswar

ହୃଦୟବିଦାରକ ; ବସ୍‌‌ରେ ନିଆଁ ଲାଗି ଜିଅନ୍ତା ଜଳିଗଲେ ୧୩ ଯାତ୍ରୀ

ଭୋପାଳ : ମଧ୍ୟପ୍ରଦେଶର ଗୁନା ଜିଲାରେ ଏକ ବଡ ଅଘଟଣ ଘଟିଛି। ବୁଧବାର ରାତି ପ୍ରାୟ ୮ଟା ସମୟରେ ଡମ୍ଫର ସହ ଧକ୍କା ହେବା ପରେ ଏକ ବସ୍‌‌ରେ ନିଆଁ ଲାଗି ୧୩ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୧୮ରୁ ଅଧିକ ଯାତ୍ରୀ ନିଆଁରେ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସଭିଁଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସ୍‌‌ଟିରେ ପ୍ରାୟ ୪୫ ଜଣ ଯାତ୍ରୀ ଯାତ୍ରା କରୁଥିଲେ। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଘଟଣା ବିଷୟରେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
ଅଧିକାରୀଙ୍କ କହିବାନୁଯାୟୀ, ଗୁନା-ଆରୋନ ମାର୍ଗରେ ଡମ୍ଫର ଓ ବସ୍‌‌ ମଧ୍ୟରେ ଧକ୍କା ହେବା ପରେ ବସ୍‌‌ରେ ନିଆଁ ଲାଗି ଯାଇଥିଲା। ଦୁର୍ଘଟଣା ପରେ ତୁରନ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ଘଟଣାର ତଦନ୍ତ ଜାରି ରହିଛି।
ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଗଭୀର ଶୋକ ପକାଶ କରିବା ସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିଜନଙ୍କୁ ୪ ଲକ୍ଷ ଲେଖାଏଁ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories