www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟର ଏହି ୧୬ ଜିଲାରେ ଘନକୁହୁଡ଼ି – ଏମିତି ରହିବ ଆସନ୍ତା ସପ୍ତାହର ପାଗ

ଭୁବନେଶ୍ବର : ରାଜ୍ୟରେ ଶୀତ ପ୍ରଭାବ କମିଥିବାବେଳେ ଶୁକ୍ରବାର ଏବଂ ଶନିବାର ସକାଳ ଯାଏଁ ୧୬ ଜିଲାକୁ ଘନକୁହୁଡ଼ି ପାଇଁ ସତର୍କତା ଜାରି ହୋଇଛି। ଗରୁବାର ରାଉରକେଲାରେ ଅତି ଘନକୁହୁଡ଼ି ଦୃଶ୍ୟମାନ ହୋଇଛି। ଏଠାରେ ଦୃଶ୍ୟମାନ ଦୂରତା ୫୦ ମିଟର ତଳେ ରହିଥିଲା। ଫୁଲବାଣୀ, ନୟାଗଡ଼, କଟକ ଏବଂ କୋରାପୁଟରେ ଘନ କୁହୁଡ଼ି ଦେଖାଯାଇଛି। ଏଠାରେ ଦୃଶ୍ୟମାନ ଦୂରତା ୨୦୦ ମିଟର ରହିଥିଲା। ଫଳରେ ଏହିସବୁ ସ୍ଥାନରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା।

ଶୁକ୍ରବାର ପର୍ଯ୍ୟନ୍ତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନକୁ ଘନକୁହୁଡ଼ି ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ସେହିପରି ଶୁକ୍ରବାରରୁ ଶନିବାର ସକାଳ ପର୍ଯ୍ୟନ୍ତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,

- Advertisement -

ଗଜପତି, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ପ୍ରଭୃତି ୧୬ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନକୁହୁଡ଼ି ପାଇଁ ସତର୍କତା ଜାରି ହୋଇଛି। ଆସନ୍ତା ୪ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ସର୍ବନିମ୍ନ ତାପମାତ୍ରା ଆସନ୍ତା ୫ ଦିନ ଯାଏଁ ଅପରବର୍ତ୍ତୀତ ରହିବ। ତେବେ କେତେକ ସ୍ଥାନରେ ତାପମାତ୍ରା ସାଧାରଣ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତକାଲି ରାତିରେ କୋରାପୁଟରେ ସବୁଠୁ କମ୍ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରେକର୍ଡ଼ ହୋଇଛି। ଦାରିଙ୍ଗବାଡ଼ିରେ ୯.୫ ଡିଗ୍ରୀ ରହିଛି। ଅନ୍ୟ ସବୁ ସ୍ଥାନରେ ୧୦ ଡିଗ୍ରୀ ଉପରେ ରାତି ତାପମାତ୍ରା ରହିଛି। କଟକରେ ପାରଦ ୧୬.୨ ଡିଗ୍ରୀ ଏବଂ ଭୁବନେଶ୍ବରରେ ୧୭ ଡିଗ୍ରୀ ରେକର୍ଡ଼ ହୋଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories