www.samajalive.in
Sunday, December 7, 2025
16.1 C
Bhubaneswar

ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ ତମ ପ୍ରତିଷ୍ଠା ଉତ୍ସବ ପାଳନ

ଭୁବନେଶ୍ୱର : ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡିସେମ୍ବର ୨୯ ଶୁକ୍ରବାରରେ ୬୪ ତମ ପ୍ରତିଷ୍ଠା ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ବାଉଁଶ ଉଦ୍ୟାନ ଓ ମୋଗଲ ଗାର୍ଡେନ ଉଦଘାଟିତ ହୋଇଛି। ବଟନିକାଲ ଗାର୍ଡେନରେ ନୂଆ ଉଦ୍ୟାନ ଉଦଘାଟିତ ହୋଇଛି। ଦୁବାଇରୁ ନୂଆ କରି ଆସିଥିବା ଅତିଥି ଗୋଟିଏ ସିଂହ ଶାବକ ଓ ୨ଟି ବାଘ ଶାବକର ନାମକରଣ ମଧ୍ୟ ହୋଇଛି। ବିରଳ ୱାଲିବ ଓ ଲିଭିଙ୍ଗଷ୍ଟୋନକୁ ପର୍ଯ୍ୟଟକ ଦେଖିବେ।
ପ୍ରତିଷ୍ଠା ଦିବସ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗ ଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଏହି ଅବସରରେ ନନ୍ଦନକାନନର ବାର୍ଷିକ ରିପୋର୍ଟ ପ୍ରକାଶ ଓ ନନ୍ଦନକାନନ ଥିମ୍‌‌ ସଙ୍ଗ ରିଲିଜ ହେବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories