www.samajalive.in
Saturday, December 6, 2025
15.1 C
Bhubaneswar

ଗ୍ୟାସ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ମୟୂରଭଞ୍ଜ : ମୟୂରଭଞ୍ଜ ରାଇରଙ୍ଗପୁର ବିଶୋଇ ଥାନା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକଟି ବ୍ରିଜ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ଗାଡ଼ିର ଡ଼୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବିଶୋଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ , ଜାମସେଦପୁରରୁ ବାରିପଦା ଆସୁଥିବା ବେଳେ ଟ୍ରକଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା। ପୁଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିବା ପରେ ଡ଼୍ରାଇଭରଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଥିଲା। ଦୁର୍ଘଟଣା ଘଟିଥିବା ପୋଲର ସୁରକ୍ଷା ପିଲର ଭାଙ୍ଗିଯାଇଥିବାରୁ ଗାଡ଼ିଟି ତଳକୁ ଖସି ପଡ଼ିଥିଲା ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories