www.samajalive.in
Sunday, December 14, 2025
16.1 C
Bhubaneswar

ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ । ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍‌ ମାନେ ଯୋଗ ଦେଇ ଓଡ଼ିଆ ଭାଷାର  ସର୍ବ ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ। ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ ।

- Advertisement -

ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀ ମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories