www.samajalive.in
Sunday, December 14, 2025
17.1 C
Bhubaneswar

ଯୁବକଙ୍କୁ ଗାଆଁ ମଝିରେ ପିଟି ପିଟି ହତ୍ୟା

ଲଇକେରା : ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ସାରଙ୍ଗଲୋଇ ପଞ୍ଚାୟତ ପତ୍ରାପାଲି ଗାଆଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଗାଆଁ ମଝିରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି।
ମୃତକ ହେଲେ ସେହି ଗାଁର ବିପିନ ଭୋଇ(୨୫)। ସେହି ଗାଆଁର ଗୋଟିଏ ପରିବାରର ୬ ଜଣ ସଦସ୍ୟ ମିଶି ବାଡ଼ିରେ ପିଟି ପିଟି ହତ୍ୟା କରିଥିବା ସୂଚନା ମିଳିଛି। ସମସ୍ତ ୬ ଜଣକୁ ପୁଲିସ ଅଟକ ରଖି ପଚରା ଉଚରା କରୁଥିବା ଜଣାପଡିଛି। ଘଟଣା ସ୍ଥଳରେ ଲଇକେରା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଝାରସୁଗୁଡ଼ା ଏସଡିପିଓ ନିର୍ମଳ ମହାପାତ୍ର ଝାରସୁଗୁଡା ସାଇଣ୍ଟିଫିକ ଟିମ ପହଞ୍ଚି ଅଧିକ ତଦନ୍ତ କରୁଛନ୍ତି। ହତ୍ୟାର କାରଣ ସ୍ପଷ୍ଟ ହୋଇନଥିବା ବେଳେ, ପ୍ରାଥମିକ ତଦନ୍ତରୁ ଦୁଇ ପରିବାର ଭିତରେ ବଚସା ପରେ ଗଣ୍ଡଗୋଳ ହୋଇ ହତ୍ୟା ହୋଇଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories