www.samajalive.in
Monday, December 8, 2025
27.1 C
Bhubaneswar

ଚାଷୀ ଭାଇଙ୍କୁ ସାଥିରେ ନେଇ ଆମେ ଆଗକୁ ବଢୁଛୁ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା।

ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ। ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ। ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। ୮୦ହଜାରରୁ ଅଧିକ ଚାଷୀ ଉପକାର ପାଇବେ।

- Advertisement -

୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories