www.samajalive.in
Saturday, December 6, 2025
15.1 C
Bhubaneswar

କଣ୍ଟେନର-ତେଲ ଟ୍ୟାଙ୍କର ଦୁର୍ଘଟଣା ; ଚାଳକ ଜୀବନ୍ତ ଦଗ୍ଧ

ବାଙ୍ଗିରିପୋଷି : ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ଏକ କଣ୍ଟେନର ଓ ତେଲ ଟ୍ୟାଙ୍କର ମଧ୍ୟରେ ଦୁର୍ଘଟଣା ଘଟିବା ଯୋଗୁଁ ଘଟଣା ସ୍ଥଳରେ କଣ୍ଟେନର ଚାଳକ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି । ଘାଟି ରାସ୍ତାର ପ୍ରଥମ ବାଙ୍କ ନିକଟରେ ଉଭୟ ଗାଡି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଫଳରେ କଣ୍ଟେନରରେ ନିଆଁ ଲାଗି ଯାଇଥିଲା । ଚାଳକ ଜଣକ ବାହାରି ନପାରିବାରୁ ଘଟଣା ସ୍ଥଳରେ ହିଁ ଜଳି ଯାଇଥିଲେ । ଖବର ପାଇ ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥାନରେ ପହଁଚି ବାଙ୍ଗିରିପୋଷି ଓ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ନିଆଁ ଲିଭାଇବାକୁ ପ୍ରୟାସ ଜାରି ରଖିବା ସହ ପୁଲିସ ତରଫରୁ ସ୍ୱଭାବିକ ଗାଡି ଚଳାଚଳ ପାଇଁ ପ୍ରଚେଷ୍ଟା ଆରମ୍ଭ କରାଯାଇଛି । ଅନ୍ୟପକ୍ଷେ ଟ୍ୟାଙ୍କର ଚାଳକଙ୍କ ବିଷୟରେ କୌଣସି ସୂଚନା ମିଳିପାରିନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories