www.samajalive.in
Saturday, December 6, 2025
19.1 C
Bhubaneswar

ରାଜଧାନୀ ଏମସ୍‌‌ରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀ ସ୍ଥିତ ଏମସ୍‌‌ରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ସୌଭାଗ୍ୟବଶତଃ ଅଗ୍ନିକାଣ୍ଡରେ କେହି ବ୍ୟକ୍ତିଙ୍କର କ୍ଷୟକ୍ଷତି ହୋଇ ନାହିଁ। ଅଗ୍ନିକାଣ୍ଡର କାରଣ ଏଯାବତ୍‌‌ ଅସ୍ପଷ୍ଟ ରହିଛି। ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ସକାଳେ ୫ଟା୫୯ରେ ପହଞ୍ଚି ଥିଲେ। ସାତଟି ଦମକଳ ଗାଡି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଥିଲେ। ସକାଳ ୬ଟା ୨୦ରେ ନିଆଁକୁ ଆୟତ୍ତ କରିଥିଲେ। ଡାକ୍ତରଖାନାର ଦ୍ୱିତୀୟ ମହଲାରେ ଥିବା ଶିକ୍ଷାଦାନ ବ୍ଲକରେ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଭିତରେ ନିଆଁ ଲାଗିଯାଇଥିଲା। ନିଆଁରେ କିଛି ଫାଇଲ୍, ଅଫିସ୍ ରେକର୍ଡ, ରେଫ୍ରିଜରେଟର ଏବଂ ଅଫିସ୍ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି ବୋଲି ସୂଚନା ମିଳିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories