www.samajalive.in
Sunday, December 14, 2025
16.1 C
Bhubaneswar

ଆଇଏମଆଇଟିରେ ଯୁବ ଓଡିଶା, ନବୀନ ଓଡିଶା ଉଦଯାପିତ

ଡେସ୍କ: କଟକ ସ୍ଥିତ ପ୍ରବନ୍ଧନ ଏବଂ ସୂଚନା ପ୍ରୌଦ୍ୟୌଗିକ ସଂସ୍ଥାନ (ଆଇଏମଆଇଟି)ରେ “ନୁଆ – ଓ’ ଯୁବ ଓଡିଶା, ନବୀନ ଓଡିଶା” କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ମାନସ ରଞ୍ଜନ କବାଟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ନିରାମୟ ଓଡିଶାର ଉପଦେଷ୍ଟା ରଞ୍ଜନ କୁମାର ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଯୁବଶକ୍ତି ହିଁ ସାରା ବିଶ୍ୱର ସମ୍ପଦ ବୋଲି କହିଥିଲେ ଏବଂ ପ୍ରତ୍ୟେକ ଛାତ୍ରଛାତ୍ରୀ କ୍ରୀଡାରେ ଭାଗ ନେବାକୁ ପରାମର୍ଶ ଦେବା ସହ ନବୀନ ବାବୁଙ୍କ “ନୂଆ – ଓ” ଯୋଜନା ଉପରେ ଆଲୋକପାତ କରିଥିଲେ।

ସଭା ଆରମ୍ଭରେ ଏମବିଏ ଓ ଏମସିଏ ବିଭାଗୀୟ ମୁଖ୍ୟ ତଥା ନୋଡାଲ ଅଫିସର ଡ଼କ୍ଟର ଶୁଭେନ୍ଦ୍ର କୁମାର ଜୟସିଂହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଆଇଏମଆଇଟିରେ “ନୂଆ – ଓ” ଆନୁକୂଲ୍ୟରେ ବିଭିନ୍ନ କ୍ରୀଡା, ସାଂସ୍କୃତିକ ଏବଂ ସାମାଜିକ ସଚେତନତା ଆଦି ପ୍ରତିଯୋଗିତା ଆୟୋଜନ କରିବାରେ ଅଧ୍ୟାପକମାନଙ୍କୁ ପବିତ୍ର ପ୍ରଧାନ, ଯୁଗେଶ୍ବରୀ ମେହେର, ରାଜଶ୍ରୀ ମହାନ୍ତି ଏବଂ ସ୍ୱରାଜ ଦାସ ସହଯୋଗ କରିଥିଲେ। ଏହି ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୬୦ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ଉଦଯାପନୀ ସଭାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। “ନୁଆ–ଓ” ଯୁବ ଓଡିଶା, ନବୀନ ଓଡିଶାର ସଂଯୋଜକ ଅରୁଣ କୁମାର ସ୍ୱାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ। ସଭା ଶେଷରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories