www.samajalive.in
Monday, December 15, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ଜଗନ୍ନାଥପୁର ବିଟର ଫରେଷ୍ଟ ଗାର୍ଡ

ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ବିଟର ଫରେଷ୍ଟ ଗାର୍ଡ ବିନାୟକ ଚନ୍ଦ୍ର ସୋରି। ଆଜି ଅପରାହ୍ନରେ  ସେ ନିଜ ବାଇକରେ ୧ ଲକ୍ଷ ୫୩ ହଜାର ଟଙ୍କା ଟଙ୍କା ନେଇ ଯାଉଥିବା ବେଳେ ନବରଙ୍ଗପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି। ଫରେଷ୍ଟ ଗାର୍ଡ ବିନାୟକ ଏକ ବ୍ୟାଗରେ ଟଙ୍କା ନେଇଁ ଯାଉଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଖାତିଗୁଡ଼ା ନିକଟସ୍ଥ ଇନ୍ଦ୍ରାବତୀ ପୋଲ   ନିକଟରେ ଅଟକ ରଖି ଯାଞ୍ଚ କରିଥିଲେ।
ଏତେ ଗୁଡିଏ ଟଙ୍କା କେଉଁଠୁ ଆସିଲା ଓ କିଏ ଦେଇଥିବା ପ୍ରଶ୍ନ ର ସନ୍ତୋଷଜନକ ଉତ୍ତର ଦେଇପାରିନଥିବାରୁ  ତାଙ୍କୁ ସାଙ୍ଗରେ ଆଣି ନବରଙ୍ଗପୁର ଭିଜିଲାନ୍ସ ଉପଆରକ୍ଷୀ ଅଧିକ୍ଷକ ଙ୍କ କାର୍ଯ୍ୟାଳୟ ରେ ରଖାଯାଇ ଅଧିକ ତଦନ୍ତ କରୁଛନ୍ତି। ଏହା ସହିତ  ନବରଙ୍ଗପୁର ସହରସ୍ଥିତ ରାଜୁସାହିରେ ଥିବା ତାଙ୍କ ଭଡା ଘରେ ମଧ୍ୟ ଚଢାଉ ଜାରି ରହିଛି। ତେବେ ଅଧିକ ତଦନ୍ତ ଜାରି ରହିଛି ବୋଲି ଭିଜିଲାନ୍ସ  ପକ୍ଷରୁ କୁହାଯାଇଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories