www.samajalive.in
Sunday, December 7, 2025
13.1 C
Bhubaneswar

୬ରୁ ଶିଶିର ସରସ

ଭୁବନେଶ୍ବର : ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ପକ୍ଷରୁ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ମେଳା ଶିଶିର ସରସ-୨୦୨୪। ଭୁବନେଶ୍ବର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏହି ମେଳା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଗତବର୍ଷ ମେଳାରେ ୨୩ କୋଟି ଟଙ୍କାର କାରବାର ହୋଇଥିବାବେଳେ ଏଥର ଅଧିକ ହେବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ସଚିବ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ୟୁନିଟ୍-୮ସ୍ଥିତ ଏସ୍‌ଆଇଆରଡି କ୍ୟାମ୍ପସ ପରିସରରେ ଥିବା ଓରମାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଲୋହାନୀ ଏହି ମେଳା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏଥର ମେଳାରେ ଓଡ଼ିଶା ସମେତ ୨୬ ରାଜ୍ୟର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଉତ୍ପାଦକ ଗୋଷ୍ଠୀ କାରିଗରଙ୍କ ହାତ ତିଆରି ଜିନିଷର ଭଲ ବିକ୍ରିବଟା ହେବ ଏବଂ ସେମାନଙ୍କ ଆର୍ଥିକ ଓ ସାମାଜିକ ସ୍ଥିତିରେ ଉନ୍ନତି ଆସିବ ବୋଲି ଆଶା କରୁଛୁ। କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଦ୍ବାରା ପ୍ରାୟୋଜିତ ଶିଶିର ସରସ ମେଳାରେ ଏଥର ମୋଟ ୪୦୦ଟି ଷ୍ଟଲ ଖୋଲାଯିବ। ଏସ୍.ଏଚ୍.ଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀଙ୍କ ହାତ ତିଆରି ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ବିଭିନ୍ନ ଷ୍ଟଲରେ ବିକ୍ରି ହେବ। ସେହିପରି ୨୪ଟି ଷ୍ଟଲକୁ ନେଇ ସ୍ବତନ୍ତ୍ର ଫୁଡ୍ କୋର୍ଟ ସହ ସେଲ୍‌ଫି ପଏଣ୍ଟ, ଓରମାସର ମାର୍କେଟିଂ, ଆଜୀବିକା ଓ ଦକ୍ଷତା ବିକାଶ ଆଦି କାର୍ଯ୍ୟକ୍ରମକୁ ନେଇ ସ୍ବତନ୍ତ୍ର ଥିମ୍‌ ଷ୍ଟଲ ପାଇଁ ମେଳାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସରକାରୀ ଫ୍ଲାଗସିପ୍ ଯୋଜନାଗୁଡ଼ିକୁ ନେଇ ମେଳାରେ ଆଇଇସି ଷ୍ଟଲ୍ ଖୋଲାଯିବାକୁ ଯୋଜନା ରଖାଯାଇଛି। ମେଳାରେ ମନୋରଞ୍ଜନ ପାଇଁ ପ୍ରଖ୍ୟାତ କଳାକାରମାନେ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ସେହିପରି ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ବ୍ୟାଟେରୀ ଚାଳିତ ଗାଡ଼ି, କୁନି ପିଲାଙ୍କ ମନୋରଞ୍ଜନ ପାଇଁ ସ୍ବତନ୍ତ୍ର କିଡ୍‌ ଜୋନ୍‌ର ବ୍ୟବସ୍ଥା କରାଯାଉଥିବା ସୂଚନା ଦିଆଯାଇଛି। ମେଳା ସମୟରେ ଭିଡ଼ ନିୟନ୍ତ୍ରଣ ଲାଗି ପୁଲିସ ଏବଂ ଟ୍ରାଫିକ ପୁଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରାଯିବ। ବିଭିନ୍ନ ଘରୋଇ ତଥା ରାଷ୍ଟ୍ରାୟତ୍ତ ବ୍ୟାଙ୍କ ପକ୍ଷରୁ ମେଳା ପରିସରରେ ଏଟିଏମ୍ ମେସିନ୍ ଲଗାଇବା, ପାନୀୟ ଜଳ ଯୋଗାଣ, ମେଳା ବୁଲିବାକୁ ଆସୁଥିବା ଲୋକଙ୍କ ପାଇଁ ଯାନ ରଖିବାକୁ ସ୍ବତନ୍ତ୍ର ପାର୍କିଂ ଜୋନ୍‌ ବ୍ୟବସ୍ଥା ରହିବ। ବିଭିନ୍ନ ରାଜ୍ୟର ସାମଗ୍ରୀ ସହିତ ଓଡ଼ିଶାର ଆଦିବାସୀ ଅଳଙ୍କାର, ଡୋକ୍ରା ଜିନିଷ, ଟେରାକୋଟା, ଅଦରକାରୀ କାଗଜରୁ ତିଆରି ଘର ସାଜସଜ୍ଜା ସାମଗ୍ରୀ, ଖାଦ୍ୟ ଓ ମସଲା ଆଦି ଜିନିଷ ମେଳାରେ ବିକ୍ରିବଟା କରାଯିବ। ମେଳା ପ୍ରତିଦିନ ସକାଳ ୧୧ଟା ୩୦ରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ। ଓରମାସର ନିର୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories