www.samajalive.in
Monday, December 8, 2025
17.1 C
Bhubaneswar

୨ ବସ୍‌‌ ମୁହାଁମୁହିଁ ଧକ୍କା ; ଚାଳକ ମୃତ, ୧୦ ଆହତ

ଆସିକା : ଦୁଇ ଯାତ୍ରୀବାହୀ ବସ୍‌‌ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଆସିକା ନିକଟରେ ଏହି ସଡକ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ବସ୍‌‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଢଉଗାଁ ଛକ ହିନ୍ଦୁସ୍ତାନ ପେଟ୍ରୋଲ ପମ୍ପ ନିକଟରେ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବସ୍‌‌ ଆସିକା ଆଡକୁ ଆସୁଥିବା ଅନ୍ୟ ଏକ ବସ୍‌‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିଥିଲେ। ଘଟଣାର ତଦନ୍ତ ଜାରି ରହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories