www.samajalive.in
Sunday, December 14, 2025
23.1 C
Bhubaneswar

ପୋଖରୀରେ ବୁଡି ଚାଲିଗଲା ଭାଇ ଭଉଣୀଙ୍କ ଜୀବନ

ଯାଜପୁର : ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଲାଲବାଗ କୁଳସାହି ଗାଁରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଚାଲିଗଲା ଦୁଇ ଜଣଙ୍କ ଜୀବନ । ମୃତକ ଦୁଇ ଜଣ ସମ୍ପର୍କରେ ଭାଇ ଭଉଣୀ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ  ମାନସ ଜେନାଙ୍କ ପୁଅ କାହ୍ନା ଏବଂ ମିଥୁନ୍ ଜେନାଙ୍କ ଝିଅ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଅସାବଧାନତା କାରଣରୁ ଉଭୟ ପୋଖରୀରେ ବୁଡି ଯାଇଥିଲେ ।

ପରେ ସ୍ଥାୟୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ମଙ୍ଗଳପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଉଭୟଙ୍କୁ ଯାଜପୁର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ମଙ୍ଗଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି। ସେପଟେ ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories