www.samajalive.in
Friday, December 12, 2025
23.1 C
Bhubaneswar

ନୂଆ-ଓ କାର୍ଯ୍ୟକ୍ରମ, କନିଷ୍ଠ ମହିଳା କଲେଜ ନୃତ୍ୟଦଳ ରାଜ୍ୟସ୍ତର ପାଇଁ ମନୋନୀତ

ଆଠଗଡ଼: ନୂଆ-ଓ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ଆଠଗଡ଼ ଅଞ୍ଚଳର ସମସ୍ତ କଲେଜର ପ୍ରାୟ ଦେଢ ହଜାର ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ଗୋପବନ୍ଧୁ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ(କନିଷ୍ଠ କଲେଜ) ର ଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବାବେଳେ ଦଳଗତ ନୃତ୍ୟରେ ଉନ୍ନତ ପ୍ରଦର୍ଶନ କରି ସେମାନେ ରାଜ୍ୟସ୍ତରୀୟ ନୂଆ-ଓ ଉଦ୍‌‌ଯାପନୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। କଲେଜର ଅଧ୍ୟକ୍ଷା ସଂଯୁକ୍ତା ମହାପାତ୍ର, ଏହି କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ପ୍ରାଧ୍ୟାପିକା ସ୍ମିତା ମହାପାତ୍ର, ପ୍ରାଧ୍ୟାପିକା ଗାୟତ୍ରୀ ଶତପଥୀଙ୍କ ନେତୃତ୍ୱରେ ଛାତ୍ରୀମାନେ ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଦଳଗତ ଉନ୍ନତ ନୃତ୍ୟ ପ୍ରଦର୍ଶନ କରିଥିବା ଛାତ୍ରୀମାନଙ୍କୁ ମୁଖ୍ୟଅତିଥି ଭି କେ ପାଣ୍ଡିଆନ୍‌‌ ଓ ଅନ୍ୟ ଅତିଥିମାନେ ପ୍ରମାଣପତ୍ର ପ୍ରଦାନ କରିଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories