www.samajalive.in
Sunday, December 14, 2025
26.1 C
Bhubaneswar

ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମରା-୨୦୨୪ ଅନୁଷ୍ଠିତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ଗ୍ରାମପଞ୍ଚାୟତ ଠାରେ ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମରା-୨୦୨୪ ଶୁକ୍ରବାର ପାଳିତ ହେଇଯାଇଛି । ଲୋକ ସଂସ୍କୃତି, ପରମ୍ପରା, ଲୋକଗୀତ ଓ ଲୋକନୃତ୍ୟର ବାର୍ତ୍ତାବହକୁ ନେଇ ପ୍ରତିବର୍ଷ ପାଳନ ହୋଇଥାଏ କଳାହାଣ୍ଡି ଉତ୍ସବ ଘୁମୁରା। ପ୍ରତି ବର୍ଷ କଳାହାଣ୍ଡି ଉତ୍ସବ ଘୁମୁରା ଉତ୍ସବକୁ ଜିଲ୍ଲାର ସମସ୍ତ ପଞ୍ଚାୟତ ଓ ବ୍ଲକ ସ୍ତରରେ ମହାସମାରୋହରେ ପାଳନ କରାଯାଉଛି। ଉତ୍ସବ ପାଳନ ଉଦଘାଟନ ହେବା ପୂର୍ବରୁ ଶୁକ୍ରବାର ଏକ ବିରାଟ ଶୋଭାଯାତ୍ରାରେ ବାହାରି ମଶାଲ ଆଣି ପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ମଞ୍ଚକୁ ନିଆଯାଇଥିଲା। ମଶାଲ ଶୋଭାଯାତ୍ରାରେ ଲାଞ୍ଜିଗଡ଼ ଅଧ୍ୟକ୍ଷା କମଳା ପାତ୍ର ସମେତ ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସମେତ ବିଭିନ୍ନ ବିଭାଗର କର୍ମଚାରୀ ମାନେ ସାମିଲ ହୋଇଥିଲେଏବଂ ପରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ର ଉଦଘାଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରଥମେ ମଶାଲ ମଞ୍ଚ ନିକଟରେ ସ୍ଥାପନ କରି ମୁଖ୍ୟ ଅତିଥି ଅଧ୍ୟକ୍ଷା କମଳା ପାତ୍ରଙ୍କ ଦ୍ୱାରା ମା ମାଣିକେଶ୍ବରୀ ଫୋଟୋରେ ପୁଷ୍ପମାଲ୍ୟ ଦେଇ ଦିପ ପ୍ରଜ୍ୱଳନ କରି ନଡ଼ିଆ ଭାଙ୍ଗି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ଗ୍ରାମପଞ୍ଚାୟତ ଠାରେ ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସଵ ସମାରୋହରେ ମୁଖ୍ୟ ଅତିଥି ବ୍ଳକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ବିଡ଼ିଓ ଶଶାଙ୍କ ପାତ୍ର ଏବଂ ତହସିଲଦାର କିରଣ କୁମାର ମହାନ୍ତି, ସାଂସଦ ପ୍ରତିନିଧି ଲଷ୍ମୀଧର ସନ୍ତୋଷ ରାଏ, ବିଧାୟକ ପ୍ରତିନିଧି ପ୍ରଦୀପ ଘଡେ଼ଇ, ଉପାଦକ୍ଷ ସଞ୍ଜୀବ କୁମାର ନାୟକ, ଲାଞ୍ଜିଗଡ ବ୍ଳକ ଆଦିବାସୀ ସଙ୍ଘ ସଭାପତି ସୁକୃ ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ I ଏହି କାର୍ଯ୍ୟକ୍ରମରେ ଘୁମରା, ବଜ଼ାସାଲ, ବିଭିନ୍ନ ସ୍କୂଲ ଛାତ୍ର ଛାତ୍ରୀଙ୍କ ନୃତ୍ୟ, ଗୀତ ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories