www.samajalive.in
Monday, December 15, 2025
14.1 C
Bhubaneswar

ଆଞ୍ଚଳିକ ସତ୍ୟ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ନିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ

ପାଟଣା : ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ଆଞ୍ଚଳିକ ସତ୍ୟ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ନୂଆ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ନିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ ହୋଇଛି। ମୁଖ୍ୟ ଅତିଥି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ଅବସରପ୍ରାପ୍ତ ପ୍ରବଂଧକ କୁଳମଣି ମଣ୍ଡଳ, ସମ୍ମାନୀତ ଅତିଥି ଢେଙ୍କିକୋଟ ସରପଞ୍ଚ ଖଇର ନାଏକ, ବରିଷ୍ଠ ସାମ୍ବାଦିକ ନୃସିଂହ ନାଥ ସିଂହ ଓ ସଞ୍ଜୟ କୁମାର ସାହୁ ପ୍ରମୁଖଙ୍କ ଉପସ୍ଥିତି ରେ ଧୂପଦୀପ ପ୍ରଜ୍ଵଳନ ସହ କାର୍ଯ୍ୟକ୍ରମ ଉଦଘାଟିତ ହୋଇଥିଲା।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ମୀନକେତନ ଗିରି କାର୍ଯ୍ୟକ୍ରମ ରେ ସଭାପତିତ୍ୱ କରିଥିଲେ। ନୋଡାଲ ଅଧିକାରୀ ଅଧ୍ୟାପକ ରବିନ୍ଦ୍ର କୁମାର ସାହୁ କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଅଧ୍ୟାପିକା ମନୋଜମଞ୍ଜରୀ ବେହେରା କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ। ବରିଷ୍ଠ ଅଧ୍ୟାପକ ଧ୍ରୁବାନନ୍ଦ ସାହୁ, ଅଧ୍ୟାପକ ଜଗବନ୍ଧୁ ମିଶ୍ର, ଗ୍ରନ୍ଥା ଗାରିକ ସୌଦାଗର ମହାନ୍ତ, କ୍ରୀଡା ଶିକ୍ଷକ ଯଶୋବନ୍ତ ପତି ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିବାବେଳେ ସର୍ଵଶ୍ରୀ ପ୍ରଦତ୍ତ ଶେଖର ବେହେରା,ଅଶୋକ କୁମାର ପହି, ଯଦୁମଣି ପାତ୍ର ଓ ମହେଶ୍ୱର ନାୟକ ପ୍ରମୁଖଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଠାରେ ସପ୍ତାହେ ବ୍ୟାପି ଫୁଟବଲ ,ଭଲିବଲ, କ୍ରିକେଟ ଖେଳ ସହ ବିଭିନ୍ନ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବ ବୋଲି ଅଧ୍ୟକ୍ଷ ଶ୍ରୀ ଗିରି ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories