www.samajalive.in
Sunday, December 14, 2025
26.1 C
Bhubaneswar

ଉପଖଣ୍ଡସ୍ତରୀୟ ଗଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

ଆଠଗଡ଼: ଆଠଗଡ଼ ଉପଖଣ୍ଡସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଠଗଡ଼ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ ଏଥିରେ ଅଧ୍ୟକ୍ଷତା କରି ନବବର୍ଷର ଅଭିନନ୍ଦନ ଜଣାଇବା ସହ ସାଧାରଣତନ୍ତ୍ର ଦିବସ ପାଳନକୁ ବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ପାଳନ ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଜାନୁଆରୀ ୨୬ତାରିଖ ଗଣତନ୍ତ୍ର ଦିବସ ପ୍ରତ୍ୟୁଷ ୫ଟା ବେଳେ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ ପ୍ରସାର, ୭ଟାରେ ଏନଏସି ପକ୍ଷରୁ ସହରରେ ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ, ସକାଳ ୭.୩୦ମିନିଟରେ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ। ଏହାପରେ ବିଶ୍ୱନାଥ ବିଦ୍ୟାପୀଠଠାରୁ ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ୟାରେଡ ଦଳ ଓ ଛାତ୍ରଛାତ୍ରୀମାନେ ପ୍ରଭାତ ଫେରୀରେ ଯାଇ ମୁଖ୍ୟ ଷ୍ଟାଡିୟମରେ ପହଞ୍ଚିବା ପରେ ସକାଳ ୮.୪୫ରେ ମୁଖ୍ୟଅତିଥି ତଥା ଉପଜିଲ୍ଲାପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ।

ବୈଠକରେ ଉପଖଣ୍ଡ ପୁଲିସ ଅଧିକାରୀ ରବୀନ୍ଦ୍ର କୁମାର ମଲ୍ଲିକ, ତହସିଲଦାର କ୍ଷେତ୍ରମୋହନ ସ୍ୱାଇଁ, ଅଗ୍ନିଶମାଧିକାରୀ ସଂଗ୍ରାମ ହାଂସଦାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ଶିକ୍ଷାନୁଷ୍ଠାନ ମୁଖ୍ୟ, ମାନ୍ୟଗଣ୍ୟ ବ୍ୟକ୍ତି ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଅମ୍ଳାନ ଦାସ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ବିବରଣୀ ଉପସ୍ଥାପନା କରିଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories