www.samajalive.in
Saturday, December 13, 2025
26.1 C
Bhubaneswar

ସୋମବାରଠୁ ପରିବହନ ଶ୍ରମିକ ମହାସଂଘର ଧର୍ମଘଟ ଡାକରା; ପେଟ୍ରୋଲ ଓ ଡିଜେଲ ଲୋଡିଂ ବନ୍ଦ

ଭୁବନେଶ୍ବର: ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସୋମବାରଠାରୁ ଧର୍ମଘଟକୁ ଓହ୍ଲାଇବ। ଏଥିପାଇଁ ତେଲ ଡିପୋରୁ ପେଟ୍ରୋଲ ଓ ଡିଜେଲ ଲୋଡିଂ ବନ୍ଦ ରହିବ। ଏନେଇ ରବିବାର ସାମ୍ବାଦିକ ସମ୍ମିଳନୀ ଜରିଆରେ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ମହାସଂଘ ଧର୍ମଘଟ ଡାକରା ଦେଇଛି। ସଂଘର ଏହି ନିଷ୍ପତ୍ତି ଫଳରେ ସୋମବାରଠାରୁ ଡିପୋରୁ ପେଟ୍ରୋଲ ପମ୍ପକୁ ତେଲ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ରହିବ। ଫଳରେ ପରିବହନ ସେବା ପ୍ରଭାବିତ ହେବାର ଆଶଙ୍କା ରହିଛି।

ଅପରପକ୍ଷେ, ଡ୍ରାଇଭର ଆନ୍ଦୋଳନ ଯୋଗୁଁ ଶନିବାର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ଷ୍ଟକ ବହୁତ କମିଯାଇଥିଲା। ସନ୍ଧ୍ୟାରେ ଡ୍ରାଇଭର ଆନ୍ଦୋଳନ ପ୍ରତ୍ୟାହାର ହେବା ପରେ ଡିପୋରୁ ଅଳ୍ପ କିଛି ଟ୍ୟାଙ୍କରରେ ତେଲ ଲୋଡିଂ ହୋଇଥିଲା। ରବିବାର ମଧ୍ୟ ଜରୁରୀ ଭିତ୍ତିରେ ସକାଳୁ କେତେକ ଡିପୋରୁ ଅଳ୍ପ କିଛି ଟ୍ୟାଙ୍କରରେ ତେଲ ଭର୍ତ୍ତି ହୋଇଛି। ଯଦି ପୁଣି ଧର୍ମଘଟ ହୁଏ, ତେବେ ସୋମବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ପେଟ୍ରୋଲ ପମ୍ପରେ ପୁଣି ତେଲ ଅଭାବ ଦେଖାଦେବ ବୋଲି କହିଛି ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories