www.samajalive.in
Monday, December 8, 2025
24.1 C
Bhubaneswar

ବିଜେଡିରୁ ଇସ୍ତଫା ଦେଲେ ବଳଭଦ୍ର ମାଝି

ଭୁବନେଶ୍ୱର :ବିଜେଡି ଦଳ ଛାଡିଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝି। ନିର୍ବାଚନକୁ ଆଉ କିଛି ମାସ ବାକି ଥିବା ବେଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ବଳଭଦ୍ର ମାଝି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଳଭଦ୍ର। ଦଳରେ ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏତେ ଦିନ ଧରି ଦଳରେ କାମ କରିବାକୁ ସୁଯୋଗ ଦେଇଥିବାରୁ ସଭାପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। କଳାହାଣ୍ଡି ଜିଲା ଲାଞ୍ଜିଗଡ ଓ ନର୍ଲା ଆସନରୁ ୫ଥର ବିଧାୟକ ଥିଲେ ବଳଭଦ୍ର ମାଝି। ବିଜେଡି ଦଳ ଆରମ୍ଭରୁ ଦଳ ସହ ଜଡିତ ଥିଲେ ବଳଭଦ୍ର। ଜନତା ଦଳରୁ ଥରେ ବିଧାୟକ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ବିଜେଡି ଟିକେଟରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ୨୦୧୯ରେ ବଳଭଦ୍ରଙ୍କ ବଦଳରେ ବିଜେଡି ପ୍ରଦୀପ ଦେଶାରୀଙ୍କୁ ଟିକେଟ ଦେଇଥିଲା।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories