www.samajalive.in
Monday, December 8, 2025
27.1 C
Bhubaneswar

ବାଇକ ଧକ୍କାରେ ମାଆ ଓ ପୁଅ ଗୁରୁତର

ରେଙ୍ଗାଲିକ୍ୟାମ୍ପ: ଅତାବିରା ହାଇସ୍କୁଲ ସମ୍ମୁଖ ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥରେ ସୋମବାର ଗୋଟିଏ ବାଇକ ଅନ୍ୟ ଏକ ବାଇକକୁ ଧକ୍କା ଦେବା ଫଳରେ ମାଆ ଓ ପୁଅ ଗୁରୁତର ଆହତ ହୋଇଛନ୍ତି।  ବାଇକରେ ଭେଡେନରୁ ଝାରସୁଗୁଡା ଯିବା ସମୟରେ ହାଇସ୍କୁଲ ସମ୍ମୁଖରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ଧକ୍କାରେ ମାଅ ଓ ପୁଅ ଛିଟିକି ପଡ଼ିଥିଲେ। ଖବର ପାଇ ଅତାବିରା ପୁଲିସ ଘଟଣା ସ୍ଥଳକୁ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ୩ ଜଣଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଗୁରୁତର ଥିବା ଝାରସୁଗୁଡା ବନିତା ଖଟୁଆଲ(୪୦), ପୁଅ ମାନସ ଖଟୁଆଲ(୨୨)କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ବାଇକ ଚାଳକ ଜଣକ ଆଗଲପୁର ଫଟାମୁଣ୍ଡା ଗ୍ରାମର ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି। ବାଇକ ୨ଟିକୁ ଜବତ କରାଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories